ନବୀନ ବାବୁ ଓଡ଼ିଆ ଅସ୍ମିତାର ମର୍ମ ବୁଝିବା ପାଇଁ ଆପଣଙ୍କୁ ଆହୁରି ଗୋଟିଏ ଜନ୍ମ ଲାଗିବ, 25 ବର୍ଷରେ ଓଡ଼ିଆ ଅସ୍ମିତାକୁ ଆପଣ ଯେଉଁ ଅବସ୍ଥାରେ ଛାଡି ଯାଇଛନ୍ତି, ଓଡ଼ିଶାର ଜନତା ତା’କୁ ବୁଝି ଠିକଣା ଜବାବ୍ ଦେଇଛନ୍ତି-ବିଜେପି

0
54

By Our Correspondent

BHUBANESWAR:  ନବୀନ ବାବୁ ଓଡ଼ିଆ ଅସ୍ମିତାର ମର୍ମ ବୁଝିବା ପାଇଁ ଆପଣଙ୍କୁ ଆହୁରି ଗୋଟିଏ ଜନ୍ମ ଲାଗିବ । 25 ବର୍ଷରେ ଓଡ଼ିଆ ଅସ୍ମିତାକୁ ଆପଣ ଯେଉଁ ଅବସ୍ଥାରେ ଛାଡି ଯାଇଛନ୍ତି, ଓଡ଼ିଶାର ଜନତା ତା’କୁ ବୁଝି ଠିକଣା ଜବାବ୍ ଦେଇଛନ୍ତି, ସେଥିପାଇଁ ଆପଣଙ୍କ ନେତୃତ୍ୱାଧୀନ ସରକାରକୁ ବିଦା କରିଛନ୍ତି ।

ପୁରୀର ମଠ, ମନ୍ଦିର, ରଘୁନନ୍ଦନ ଲାଇବ୍ରେରୀ ସହ ଓଡ଼ିଆ ଅସ୍ମିତାର ଚିହ୍ନ ଥିବା ଐତିହ୍ୟ ପ୍ରମାଣକୁ ଧୂଳିସାତ୍ କଲା ବେଳେ ଆପଣଙ୍କ ଐତିହ୍ୟ ଥିଲା କେଉଁଠି ? ରାଜଧାନୀରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ନାମରେ ନାମିତ ରାସ୍ତାର ନାମକରଣ ପରିବର୍ତ୍ତନ କରିବା ଆପଣଙ୍କ ଭାଷା ପ୍ରୀତିକୁ ପ୍ରମାଣିତ କରୁଛି ।

ଆପଣ ଓ ଆପଣଙ୍କ ଦଳର ନେତୃବୃନ୍ଦମାନେ ଇତିହାସକୁ ବିକୃତ କରିବାର ଅପଚେଷ୍ଟା କରୁଛନ୍ତି, ଯେଉଁଥି ପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଠିକ୍ ଭାବେ ଜବାବ୍ ଦେଇଛନ୍ତି । କଥାରେ କୋଣାର୍କ ଆପଣ ହିଁ କରୁଥିଲେ । ନରହନ୍ତା ଇଂରେଜ ଅଫିସର ଟି.ଇ ରେଭେନ୍ସାଙ୍କ ପାଇଁ ଦରଦ କାହିଁକି ? ଏହି ଇଂରେଜ ଅଫିସରଙ୍କ ଚରିତ୍ର କଣ, ତାହାର ମୁକସାକ୍ଷୀ ହେଉଛି ଉତ୍କଳ ଦୀପିକା ।

ଇତିହାସକୁ ଠିକ୍ କରିବା କାମରେ ନରେନ୍ଦ୍ର ମୋଦୀଙ୍କ ଡବଲ ଇଞ୍ଜିନ ସରକାର ସଂକଳ୍ପବଦ୍ଧ । ଆଜି ଯେଉଁ ମହାପୁରୁଷମାନଙ୍କର ଉଦାହରଣ ନେଇ ଆପଣ କଥାଟି ଲେଖିଛନ୍ତି, ସେ ମହାପୁରୁଷମାନଙ୍କ ପ୍ରତି ଆପଣଙ୍କ ସରକାର କେତେ ଯଥୋଚିତ ସମ୍ମାନ ଦେଇଥିଲା, ଆପଣ ଥରେ ନିଜକୁ ପଚାରନ୍ତୁ ।

ଆମ ମହାପୁରୁଷମାନଙ୍କ ଠାରୁ ଆପଣ କ’ଣ ଅନୁପ୍ରାଣିତ ହୋଇଛନ୍ତି, ପୂର୍ବ ଦିନ ମାନଙ୍କରେ ସମଗ୍ର ରାଜ୍ୟବାସୀ ଦେଖିସାରିଛନ୍ତି । ଓଡ଼ିଶାର ମହାପୁରୁଷମାନଙ୍କ ପ୍ରତି ତ୍ୟାଗ, ସାଧନା ଓ ଆଦର୍ଶରେ ଭାରତୀୟ ଜନତା ପାର୍ଟିର ନେତୃବୃନ୍ଦ ସର୍ବୋପରି ଅନୁପ୍ରାଣିତ ହୋଇଛନ୍ତି ।

ନବୀନ ବାବୁ, ସାମୟିକ ସଫଳତାରେ ଉଲ୍ଲାସ ଆପଣ ହିଁ ନେଉଥିଲେ । ବିଜେପି କହିବା ଆଉ କରିବାରେ ବିଶ୍ୱାସ ରଖେ, ସେଥିପାଇଁ ରାଜ୍ୟବାସୀ ଭୋଟ୍ ଦେଇ ସରକାର ଗଠନରେ ସହାୟକ ହୋଇଛନ୍ତି । ଆପଣ ରିଲ୍ କୁ ଭାଇରାଲ୍ କରାଇବାରେ ବିଶ୍ୱାସ କରନ୍ତି ଆମେ ଆଉ ଆମ ଦଳ ବ୍ରାଣ୍ଡକୁ ପ୍ରତିଷ୍ଠିତ କରାଇବାରେ ଦୃଢ ବିଶ୍ୱାସ ରଖେ ।

 

 

LEAVE A REPLY

Please enter your comment!
Please enter your name here