ନୂଆଦିଲ୍ଲୀ ସ୍ଥିତ ବାସଭବନରେ ହକି ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0
222
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି ।

By Our Correspondent

NEW DELHI/BHUBANESWAR:  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି । 

ସେ ଟ୍ୱିଟ୍ କରି କହିଛନ୍ତି ଯେ ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ ।

ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ଏବଂ ନିଜର ପ୍ରଦର୍ଶନ ମାଧ୍ୟମରେ ଆମ ଦେଶ ଓ ରାଜ୍ୟକୁ ଗର୍ବିତ କରାଇବେ ବୋଲି ମୋର ଦୃଢ଼ ବିଶ୍ୱାସ ।

LEAVE A REPLY

Please enter your comment!
Please enter your name here