ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଉତ୍ସର୍ଗୀକୃତ ଦିନ ‘ବିଶ୍ୱ ପରିବେଶ ଦିବସ’ର ରାଜ୍ୟସ୍ତରୀୟ ସମାରୋହ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି

0
417

By Our Correspondent

BHUBANESWAR: ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଉତ୍ସର୍ଗୀକୃତ ଦିନ ‘ବିଶ୍ୱ ପରିବେଶ ଦିବସ’ର ରାଜ୍ୟସ୍ତରୀୟ ସମାରୋହ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।

ପ୍ରଦୂଷିତ ପୃଥ‌ବୀର ଭୟାବହତାକୁ ହୃଦୟଙ୍ଗମ କରି ଅଧିକରୁ ଅଧିକ ସବୁଜ ପରିବେଶ ସୃଷ୍ଟି କରିବା ଏବଂ ପ୍ରକୃତିର ସଂରକ୍ଷଣ କରିବା ଏକାନ୍ତ ଅପରିହାର୍ଯ୍ୟ ହୋଇପଡିଛି। ପରିବେଶ ସଂରକ୍ଷଣ ପାଇଁ ନିଆଯାଉଥିବା ପଦକ୍ଷେପ, ଭବିଷ୍ୟତ ପିଢ଼ି ପାଇଁ ଏକ ସୁସ୍ଥ ଜୀବନଯାପନର ସହଜ ଏବଂ ସରଳ ମାଧ୍ୟମ ହେଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦବୋଧନ ଦେଇ କହିଛନ୍ତି।

ଏଥିସହ ଜଳବାୟୁ ପରିବର୍ତ୍ତନ, ପ୍ରକୃତିର ଜଳ, ସ୍ଥଳ ଏବଂ ଜୈବ ବିବିଧତାରେ କ୍ଷୟ ଏବଂ ପ୍ରଦୂଷଣ ଓ ଆବର୍ଜନାର ସମସ୍ୟା ପାଲଟିଥିବା ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ ନିଷେଧ ସହ ଏହାର ଦୀର୍ଘସ୍ଥାୟୀ ବିକଳ୍ପକୁ ପ୍ରୋତ୍ସାହନ ଏବଂ ବର୍ଜ୍ୟ ପରିଚାଳନା ପ୍ରଣାଳୀକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ସକ୍ରିୟ ପଦକ୍ଷେପ ନେଇଛନ୍ତି। ସମାଜରେ ପ୍ରକୃତ ପରିବର୍ତ୍ତନ ଆଣିବାକୁ ହେଲେ ଏହା ପ୍ରଥମେ ନିଜ ଓ ନିଜ ପରିବାରଠାରୁ ଆରମ୍ଭ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି

LEAVE A REPLY

Please enter your comment!
Please enter your name here