ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ୧୭ ଜାନୁଆରୀ ସରକାରୀ ଛୁଟି ଘୋଷଣା

0
236
ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

By Our Correspondent

BHUBANESWAR:  ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।

ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି।

ଏହି ପ୍ରକଳ୍ପ  ହେବ ଓଡିଆ ଅସ୍ମିତାର  ଅନନ୍ୟ ନିଦର୍ଶନ। ଜଗତର  ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୌଷ ଶୁକ୍ଳ ସପ୍ତମୀ (ଜାନୁଆରୀ ୧୭) ତିଥିରେ ଅନୁଷ୍ଠିତ ହେବ। ଏଥିପାଇଁ ଆରମ୍ଭ ହୋଇଯାଇଛି ପୂଜା ପଦ୍ଧତି। ୧୫ ତାରିଖରୁ ଯଜ୍ଞ ଆରମ୍ଭ ହେବା ପରିପ୍ରେକ୍ଷୀରେ ଯଜ୍ଞଶାଳାରେ ଅଙ୍କୁର ପୂଜା, ମଣ୍ଡଳ ଓ ଧ୍ବଜା ସ୍ଥାପନ ଇତ୍ୟାଦି କର୍ମ ଆରମ୍ଭ ହୋଇଛି

LEAVE A REPLY

Please enter your comment!
Please enter your name here