ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି

0
302

By Our Correspondent

BHUBANESWAR:  ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ। ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ। ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି।

ଏଥିସହ ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ। ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here