ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ମହମ୍ମଦ ରଫିକ୍‌ଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

0
321

By Our Correspondent

BHUBANESWAR:ବରଗଡ଼ ଜିଲ୍ଲା ଅନ୍ତର୍ଗତ ପୁରାତନ ମେଲଛାମୁଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ମହମ୍ମଦ ରଫିକ୍‌ଙ୍କ ୭୧ ବର୍ଷ ବୟସରେ ଆଜି ପରଲୋକ ଘଟିଛି। ସେ କିଛିଦିନ ହେବ ବରଗଡ଼ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସ୍ୱର୍ଗତଃ ରଫିକ୍ ୨୦୦୪ରୁ ୨୦୦୯ପର୍ଯ୍ୟନ୍ତ ମେଲଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ। ଏଥିସହ ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ କାର୍ଯ୍ୟ କରିଥିଲେ।

ସେ ସୋହେଲା ଦୁର୍ଗାପୂଜା କମିଟିର ଉପସଭାପତି ମଧ୍ୟ ଥିଲେ। ନିଜର ଅମାୟିକ ବ୍ୟବହାର, ସରଳ ସ୍ୱଭାବ ପାଇଁ ସାଧାରଣଲୋକଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି ଶୋକବ୍ୟକ୍ତ କରିଛନ୍ତି।

ସ୍ୱର୍ଗତଃ ରଫିକ୍‌ଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ଶ୍ରୀ ସାମଲ ଓ ଶ୍ରୀ ମହାନ୍ତି ପ୍ରାର୍ଥନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here