ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି  ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଚେନ୍ନାଇ ଯାଇଛନ୍ତି

0
114
CM FILE

By Our Correspondent

BHUBANESWAR:   ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି  ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି । ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ ୧୦ ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି । ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି ।

LEAVE A REPLY

Please enter your comment!
Please enter your name here