ବଣ ଜଙ୍ଗଲ ଏବଂ ଏହାର ଆଖପାଖ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ସଂପ୍ରଦାୟର ଲୋକଙ୍କ ପାଇଁ ସଂଘର୍ଷହୀନ ସହାବସ୍ଥାନ ସୃଷ୍ଟି ଓ ସେମାନଙ୍କ ସୁରକ୍ଷା କରିବା ହେଉଛି ସରକାରଙ୍କ ନୈତିକ ଦାୟିତ୍ୱ-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

0
246

By Our Correspondent

BHUBANESWAR: ବଣ ଜଙ୍ଗଲ ଏବଂ ଏହାର ଆଖପାଖ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ସଂପ୍ରଦାୟର ଲୋକଙ୍କ ପାଇଁ ସଂଘର୍ଷହୀନ ସହାବସ୍ଥାନ ସୃଷ୍ଟି ଓ ସେମାନଙ୍କ ସୁରକ୍ଷା କରିବା ହେଉଛି ସରକାରଙ୍କ ନୈତିକ ଦାୟିତ୍ୱ।

ତେଣୁ ଜଙ୍ଗଲ ସୁରକ୍ଷା ନିୟମ ପାଳନ ସମୟରେ ସେମାନଙ୍କ ସହ ସମ୍ବେଦନଶୀଳତା ସହ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ବନ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏଥିସହ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଲୋକଙ୍କୁ ଫଳ, ପୁଷ୍ପ ପ୍ରଦାନ କରୁଥିବା ସହିତ ଛାୟା ପ୍ରଦାନ କରୁଥିବା ଗଛ ଲଗାଇବାକୁ କହିଛନ୍ତି।

ବୃକ୍ଷରୋପଣ ସହିତ ତା’ର ସୁରକ୍ଷା, ପରିଚାଳନା ଓ ତଥା ସବୁଜ ବଳୟ ବୃଦ୍ଧି ପ୍ରତି ଆମକୁ ଦୃଷ୍ଟି ଦେବାକୁ ପଡିବ। ଏଥିସହିତ ବନ୍ୟପ୍ରାଣୀଙ୍କ ସୁରକ୍ଷା ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ହାତୀ-ମନୁଷ୍ୟ ସଂଘର୍ଷ ହ୍ରାସ କରିବା ପାଇଁ ଜଙ୍ଗଲ ଭିତରେ ଖାଲି ସ୍ଥାନରେ ହାତୀଖାଦ୍ୟ ପାଇଁ ଧାନଚାଷ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଛନ୍ତି।

LEAVE A REPLY

Please enter your comment!
Please enter your name here