ବରିଷ୍ଠନେତା ତଥା ପୂର୍ବତନ ସାଂସଦ ପ୍ରଭାତ କୁମାର ସାମନ୍ତରାୟଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

0
51

By Our Correspondent

BHUBANESWAR:  ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ ପ୍ରଭାତ କୁମାର ସାମନ୍ତରାୟଙ୍କ ୭୮ ବର୍ଷ ବୟସରେ ପରଲୋକ ଘଟିଛି। ସାମାଜିକ, ଶ୍ରମିକ ସଙ୍ଗଠନ ଓ ରାଜନୀତି କ୍ଷେତ୍ରରେ ତାଙ୍କ ଅବଦାନ ଅବିସ୍ମରଣୀୟ ହୋଇରହିବ।

ସେ କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀରୁ ୨ଥର ସାଂସଦଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଶୋକବ୍ୟକ୍ତ କରିଛନ୍ତି।

ସ୍ୱର୍ଗତ ସାମନ୍ତରାୟଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

 

LEAVE A REPLY

Please enter your comment!
Please enter your name here