By Our Correspondent
BHUBANESWAR: ବରିଷ୍ଠ ସାମ୍ବାଦିକ ଶ୍ରୀ ବୈଷ୍ଣବ ଜେନାଙ୍କ ବିୟୋଗରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି l ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ
ଏହି ବରିଷ୍ଠ ସାମ୍ବାଦିକଙ୍କ ପରଲୋକରେ ଶୋକ ବ୍ୟକ୍ତ କରିବା ସହିତ ଦିବଂଗତ ଅମରାତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି l
ବିଭାଗ ତରଫରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଭୁବନେଶ୍ୱର ଶ୍ରୀ ପଠାଣି ରାଉତ, ସ୍ବର୍ଗତ ଜେନାଙ୍କ ଭୁବନେଶ୍ୱର ୟୁନିଟ-୩ ସ୍ଥିତ ବାସ ଭବନକୁ ଯାଇ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଶେଷ ଦର୍ଶନ କରିଥିଲେ l









![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















