ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକା ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶୀନୀ

0
81

By Our Correspondent

BHUBANESWAR:  ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶୀନୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ ବିଧାୟକ ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ ଇଂ ପୁନମ ପ୍ରିୟଦର୍ଶୀନୀ ।

ଦଳରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶୀନୀଙ୍କୁ ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ଇଂ ପୁନମ ପ୍ରିୟଦର୍ଶୀନୀଙ୍କ ଯୋଗଦାନ ଫଳରେ ବିଶେଷକରି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶୀନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ସ୍ୱାଧୀନ ଭାବେ ଲଢ଼ି ମଧ୍ୟ ବିଜେଡ଼ିକୁ କେବେ ବିରୋଧୀ କରିନାହିଁ । ନବୀନ ପଟ୍ଟନାୟକ ଓ ବିଜୁ ବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛି । ନବୀନ ବାବୁଙ୍କ ହାତମୁଠା ଟାଣ କରିବି । ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବି । ଦଶପଲ୍ଲା ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

 

 

LEAVE A REPLY

Please enter your comment!
Please enter your name here