ବିଜେଡିରେ ଯୋଗଦେଲେ ଅନୁଗୁଳ ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ ତଥା ଆଦର୍ଶ ଗ୍ରୁପର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳ

0
76
ଅନୁଗୁଳ ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ ତଥା ଆଦର୍ଶ ଗ୍ରୁପର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି

By Our Correspondent

BHUBANESWAR:  ଅନୁଗୁଳ ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ ତଥା ଆଦର୍ଶ ଗ୍ରୁପର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ମହେଶ ଚନ୍ଦ୍ର ଧଳଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।

ଆଜି ମହେଶ ଚନ୍ଦ୍ର ଧଳଙ୍କ ଯୋଗଦାନ ଫଳରେ ବିଶେଷକରି ଅନୁଗୁଳ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ, ଅନୁଗୁଳ ଜିଲ୍ଲାରେ ପ୍ରଥମ କୋଭିଡ୍ ହସ୍ପିଟାଲ କରିଥିଲେ ମହେଶ ଚନ୍ଦ୍ର ଧଳ । କୋଭିଡ୍ ବେଳେ ୨ ବର୍ଷ ଧରି ମାଗଣା ଅକ୍ସିଜେନ ଯୋଗାଇଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ମହେଶ ଚନ୍ଦ୍ର ଧଳ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଆଜି ମୋ ପାଇଁ ଏକ ମହାନ ଦିନ । ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଚିର ଋଣୀ । ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି ।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here