ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ  ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୁଳ  ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

0
312
ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ୧୩ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ପାଇଁ Rs ୫୪୩.୨୦ କୋଟିରୁ ଊର୍ଦ୍ଧ୍ୱ ଟେଣ୍ଡର ଅନୁମୋଦନ, ନବରଙ୍ଗପୁର ଜିଲ୍ଲାରେ ୧୧ଟି ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ରାଜ୍ୟ କ୍ଯାବିନେଟ ରେ ମଞ୍ଜୁରୀ

By Our Correspondent 

BHUBANESWAR:  ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ  ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୁଳ  ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।

୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନଙ୍କ  କଟକ ଗସ୍ତ ସମୟରେ କଟକରେ ସ୍ଵର୍ଗତ ବିଶ୍ଵନାଥ  ପଣ୍ଡିତଙ୍କଶସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକ ବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟ  ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଏହି ଲାଇବ୍ରେରୀରେ ଏକ ପଠନ ହଲ୍ ମଧ୍ଯ ରହିବ। ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀ  ମାନେ ମଧ୍ଯ ସେଠାରେ ପ୍ରସ୍ତୁତି କରି ପାରିବେ।

ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତ କଟକର ଡଗରପଡାଠାରେ ଜନ୍ମ ଗ୍ରହଣ କରିଥିଲେ। ସାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ। ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜ୍‌ଦୁରମାନଙ୍କ ସ୍ୱାର୍ଥ୍ୟର ସୁରକ୍ଷା ପାଇଁ ଜୀବନବ୍ୟାପି ସଂଗ୍ରାମ କରିଥିଲେ।

ତାଙ୍କ ନାମରେ  ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ୱର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବା ସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

LEAVE A REPLY

Please enter your comment!
Please enter your name here