ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ, ଦିବା ଦ ଘ.1:00 ଣ୍ଟା ଠାରୁ ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
165

By Our Correspondent

PURI/BHUBANESWAR:     ଆଜି ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ ହେବ l ଏଥିପାଇଁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ ।

ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯିବ l ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏଥିପାଇଁ ଏକ ସ୍ବତନ୍ତ୍ର କମିଟି ଗଠିତ ହୋଇଛି।

ରତ୍ନଭଣ୍ଡାର ସମ୍ପର୍କିତ ଗୁରୁତ୍ବପୂର୍ଣ କାର୍ଯ୍ୟକୁ ନଜରରେ ରଖି  ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଆଜି ରାତ୍ର 2ଟା 40ରେ ଦ୍ବାର ଫିଟା ଅନୁଷ୍ଠିତ ହୋଇଥିଲା । ନିଜେ ମୁଖ୍ୟ ପ୍ରଶାସକ ଦ୍ବାରଫିଟା ସମୟରେ ଉପସ୍ଥିତ ରହି ନୀତି ତ୍ବାରାନ୍ବିତ କରିଥିଲେ ।

ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ, ଦିବା ଦ ଘ.1:00 ଣ୍ଟା ଠାରୁ ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ । ପ୍ରକାଶ ଥାଉକି, ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ଭିତରେ ଥିବା  ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଂକାର ଏବଂ ମୂଲ୍ଯବାନ ସାମଗ୍ରୀ ସ୍ଥାନାନ୍ତରଣ ହୋଇସାରିଛି l

LEAVE A REPLY

Please enter your comment!
Please enter your name here