ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ସଫଳ; ଲାଓସରୁ ଫେରୁଛନ୍ତି ଫସିଥିବା ୧୭ ଓଡିଆ ଶ୍ରମିକ, କେନ୍ଦ୍ରାପଡା ଜିଲ୍ଲା ଆଳି, ରାଜକନିକା, ରାଜନଗର ନିର୍ବାଚନ ମଣ୍ଡଳୀର ୧୧ ଜଣ, ଢେଙ୍କାନାଳ- ୧, କେନ୍ଦୁଝର-୧, ଓ ଯାଜପୁର- ୪ ଜଣ

0
153
ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଲାଓସରେ ଫସି ରହିଥିବା ୧୭ ଜଣ ଓଡିଆ ଶ୍ରମିକ ଆସନ୍ତା କାଲି ଓଡିଶାରେ ପହଞ୍ଚିବା ନେଇ ଦୂତାବାସ ତରଫରୁ ସୂଚନା ମିଳିଛି| ଫସିଥିବା ୧୭ ଓଡିଆ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଗତ ମାସ ୨୭ ତାରିଖରେ ଶ୍ରୀ ପଣ୍ଡା ଏକ ଚିଠି ଲେଖି ନିବେଦନ କରିଥିଲେ|

By Our Correspondent

NEW DELHI/BHUBANESWAR:  ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଲାଓସରେ ଫସି ରହିଥିବା ୧୭ ଜଣ ଓଡିଆ ଶ୍ରମିକ ଆସନ୍ତା କାଲି ଓଡିଶାରେ ପହଞ୍ଚିବା ନେଇ ଦୂତାବାସ ତରଫରୁ ସୂଚନା ମିଳିଛି| ଫସିଥିବା ୧୭ ଓଡିଆ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଗତ ମାସ ୨୭ ତାରିଖରେ ଶ୍ରୀ ପଣ୍ଡା ଏକ ଚିଠି ଲେଖି ନିବେଦନ କରିଥିଲେ|

ଏଠାରେ ସୂଚନାଯୋଗ୍ୟ ଯେ ଓଡିଶାର କେନ୍ଦ୍ରାପଡା ଜିଲ୍ଲା ଅର୍ନ୍ତଗତ ଆଳି, ରାଜକନିକା, ରାଜନଗର ନିର୍ବାଚନ ମଣ୍ଡଳୀର ୧୧ ଜଣ, ଢେଙ୍କାନାଳ- ୧, କେନ୍ଦୁଝର-୧, ଓ ଯାଜପୁର- ୪ ଜଣ ଶ୍ରମିକ ଅଧିକ ରୋଜଗାର ଆଶାରେ ଏକ ଏଜେଣ୍ଟଙ୍କ ଜରିଆରେ ଲାଓସ ଯାଇଥିଲେ, କିନ୍ତୁ ସେଠାରେ ପହଞ୍ଚିବା ପରେ କମ୍ପାନୀ କତ୍ତୃପକ୍ଷ ସେମାନଙ୍କୁ ଚୁକ୍ତି ମୁତାବକ ଦରମା ନଦେଇ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ଦୈନିକ ୧୨ ଘଣ୍ଟାରୁ ଅଧିକ ସମୟ କାମ କରିବାକୁ ବାଧ୍ୟ କରୁଥିବା ପରିବାର ଲୋକଙ୍କୁ ଜଣାଇଥିଲେ୤

ଉପାୟଶୂନ୍ୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ କେନ୍ଦ୍ରାପଡା ଜିଲ୍ଲା ଉପସଭାପତି କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ଜରିଆରେ ବୈଜୟନ୍ତ ପଣ୍ଡାଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ.

ଅନୁରୋଧକ୍ରମେ ଶ୍ରୀଯୁକ୍ତ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଥିଲେ| ଦୂତାବାସର ତ୍ଵରିତ ପଦକ୍ଷେପ ପାଇଁ ଶ୍ରୀ ପଣ୍ଡା ଧନ୍ୟବାଦ ଜଣାଇଛନ୍ତି| ଏହି ଖବର ପାଇବା ପରେ ପରିବାର ଲୋକ ଓ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହର ଖେଳିଯାଇଛି ଓ ପରିବାର ଲୋକ ଶ୍ରୀ ପଣ୍ଡାଙ୍କୁ କୃତଜ୍ଞତା  ଜଣାଇଛନ୍ତି|

 

 

LEAVE A REPLY

Please enter your comment!
Please enter your name here