ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଜନଜାତି ଗୈାରବ ଦିବସ ଭାବେ ପାଳନ କରିବ ବିଜେପି , ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ , ଓଡିଶାରେ ୨୭ଟି ଜିଲ୍ଲାର ୨୮ଟି ସ୍ଥାନରେ ଏକକାଳିନ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

0
64

By Our Correspondent

BHUBANESWAR:   ଆସନ୍ତା ନଭେମ୍ବର ୧୫ ତାରିଖ ଦିନ ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମଜୟନ୍ତୀକୁ ଜନଜାତି ଗୈାରବ ଦିବସ ଭାବେ ବହୁ ଆଡମ୍ବରରେ ଦେଶବ୍ୟାପୀ ପାଳନ କରାଯିବ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାର ପ୍ରଦେଶର ଜାମୁଇଠାରେ ପୂର୍ବାହ୍ନ ୧୦ଟାରେ ଅନୁଷ୍ଠିତ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଦେଶବାସୀଙ୍କୁ ସମ୍ବୋଧିତ କରିବେ ।

ସେହିଦିନ ଦେଶସାରା ଯେଉଁ ୫୦୦ ଜିଲ୍ଲାରେ ଏହା ପାଳିତ ହେବ ଏବଂ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଭାଷଣରେ ସେମାନେ ଯୋଡି ହେବେ । ଓଡିଶାରେ ୨୭ଟି ଜିଲ୍ଲାର ୨୮ଟି ସ୍ଥାନରେ ଏକକାଳିନ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଆନନ୍ଦ ଉଲ୍ଲାସରେ ସହ ପାଳନ କରାଯିବ ।

ରାଜ୍ୟର ଦେବଗଡ, ସମ୍ବଲପୁର, ସୁନ୍ଦରଗଡ, କଳାହାଣ୍ଡି, ମାଲକାନଗିରି, ରାୟାଗଡା, ମୟୁରଭଂଜ, କେଉଁଝର ଓ ଗଜପତିରେ ଆଭାସୀ ମାଧ୍ୟମରେ ଭାଇଭଉଣୀମାନେ ୨-Way Communication ରେ ଯୋଡି ହେବେ । ଭୁବନେଶ୍ୱରର ଜନତା ମାଇଦାନଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେବେ । ଆଗାମୀ ପୀଢିକୁ ଉତ୍ସାହିତ କରିବା ନିମନ୍ତେ ଜନଜାତି ଗୈାରବ ଦିବସ ପାଳନ କରାଯିବ ବୋଲି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ତଥା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗଣ୍ଡ ସୁଚନା ଦେଇ କହିଛନ୍ତି ଯେ, ଜନଜାତି ସମାଜ ସହ ଜଡିତ ବିଭିନ୍ନ ସମସ୍ୟା ତଥା ଅନ୍ୟାନ୍ୟ ବିଷୟରେ ରାଜ୍ୟର ୭୬୬୭ ରାଜସ୍ୱ ଗ୍ରାମରେ ଗ୍ରାମସଭା, ପ୍ରଶିକ୍ଷଣ କରାଯାଇ ଆଲୋଚନା କରାଯିବ ।

ଏହି ଅବସରରେ ଭଗବାନ ବିିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯିବ, ଫୋଟ ଚିତ୍ରରେ ପୁଷ୍ପାଞ୍ଜଳି ଦିଆଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯିବା ସହିତ ତାଙ୍କ ପରିବାର ସଦସ୍ୟଙ୍କୁ ସମ୍ମାନିତ ମଧ୍ୟ କରାଯିବ । ପ୍ରତ୍ୟେକ ମଣ୍ଡଳ, ଜିଲ୍ଲା ଓ ପ୍ରଦେଶ ସ୍ତରରେ ଜନଜାତି ସମାଜରେ ପ୍ରଭୁଦ୍ଧଜନ, ବିଶିଷ୍ଟବ୍ୟକ୍ତି ଓ ପ୍ରଭାବୀ ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ ମଧ୍ୟ କରାଯିବ । ଏହି ଅବସରରେ ବିଭିନ୍ନ ସ୍ଥାନରେ ସଂଗୋଷ୍ଠୀ ଓ ଭାଷଣ ପ୍ରତିଯୋଗିତା ମଧ୍ୟ କରାଯିବ ବୋଲି ଶ୍ରୀ ଗଣ୍ଡ ସୁଚନା ଦେଇଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ବିଧାୟକ ନରସିଂହ ମାଡକାମୀ, ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ରାଜ୍ୟ ସଂପାଦିକା କସ୍ତୁରୀ ମିଶ୍ର ଏବଂ ଧୃବ କାଲୋ ପ୍ରମୁଖ ଉପସ୍ଥିତ ଥିଲେ ।

 

LEAVE A REPLY

Please enter your comment!
Please enter your name here