ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଆସନ୍ତା 18 ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ

0
67

By Our Correspondent

BHUBANESWAR:  ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଆସନ୍ତା 18 ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ଏ.ଏସ୍.ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି ।

ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଂଚ (preliminary inspection and technical survey) ଅନୁଷ୍ଠିତ ହେବ । ଏ.ଏସ୍.ଆଇ ର  ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ ।

ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ  SOP ଅନୁସାରେ   ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି l

ତାପରେ ଏ.ଏସ୍.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ।  ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା l

ଏହା  ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇ କୁ ଅନୁରୋଧ କରାଯାଇଥିଲା l ପୂର୍ଣାଙ୍ଗ ଅତ୍ଯାଧୁନିକ ତଥା ବୈଷୟିକ ଯାଂଚ ପରେ ଏ.ଏସ୍.ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଅବିଳମ୍ବେ ସାରିବାକୁ ମୁଖ୍ଯ ପ୍ରଶାସକ ଅନୁରୋଧ କରିଛନ୍ତି।

 

LEAVE A REPLY

Please enter your comment!
Please enter your name here