ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା, ୫ହଜାରରୁ ୧୦,୦୦୦ ଟଙ୍କା ବଢିଲା,  ୨ଟି କିସ୍ତିରେ ୬,୦୦୦ ଏବଂ ୪,୦୦୦ ଟଙ୍କା ହିତାଧିକାରୀ ପାଇବେ

0
96
CM Naveen Patnaik-file

By Our Correspondent

BHUBANESWAR:  ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା, ୫ହଜାରରୁ ୧୦,୦୦୦ ଟଙ୍କା ବଢିଲା। ୨ଟି କିସ୍ତିରେ ୬,୦୦୦ ଏବଂ ୪,୦୦୦ ଟଙ୍କା ହିତାଧିକାରୀ ପାଇବେ। ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ।

ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ। ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ରୁ ୨୫ ତାରିଖ ମଧ୍ୟରେ  ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ।

 ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ। ପ୍ରଥମ କିସ୍ତିରେ (ଗର୍ଭାବସ୍ଥାର ୬ ମାସ ପରେ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି। ୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ। ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

ଏଥି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି। ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲ୍ପଲାଇନକୁ କଲ୍‌ କରନ୍ତୁ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି.

LEAVE A REPLY

Please enter your comment!
Please enter your name here