ମହାପ୍ରଭୁଙ୍କ ରଥଯାତ୍ରାକୁ ଯୁନେସ୍କୋ (UNESCO) ଦ୍ବାରା ବିଶ୍ବ ସାଂସ୍କୃତିକ ଐତିହ୍ୟ (Intangible Cultural Heritage) ମାନ୍ୟତା ପ୍ରଦାନ ନେଇ ପ୍ରକ୍ରିୟା ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ

0
230
Chief Administrator of Shri Jagannath Temple Administration (SJTA), Arabinda Kumar Padhee -file

By Our Correspondent

PURI/BHUBANESWAR:  ମହାପ୍ରଭୁଙ୍କ ରଥଯାତ୍ରାକୁ ଯୁନେସ୍କୋ (UNESCO) ଦ୍ବାରା ବିଶ୍ବ ସାଂସ୍କୃତିକ ଐତିହ୍ୟ (Intangible Cultural Heritage) ମାନ୍ୟତା ପ୍ରଦାନ ନେଇ ପ୍ରକ୍ରିୟା ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ।

ଏନେଇ ନାମାଙ୍କନ ପତ୍ର (Nomination Dossier) ପ୍ରସ୍ତୁତି ପ୍ରକ୍ରିୟା ଚାଲିଥିବା ବେଳେ ଖୁବଶୀଘ୍ର ଏହା ଦାଖଲ କରାଯିବ। ନିକଟରେ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ, ଡ. ଅରବିନ୍ଦ ପାଢ଼ୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏନେଇ ଆଲୋଚନା କରିଥିଲେ।

ରଥଯାତ୍ରା ଭଳି ମହାର୍ଘ ବୈଶ୍ବିକ ଯାତ୍ରାର ମହାନତା ଉପଲବ୍’ଧି କରି କର୍ତ୍ତୃପକ୍ଷ ଶୀଘ୍ର କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରଶାସନ ଆଶା ରଖିଛି।

 

LEAVE A REPLY

Please enter your comment!
Please enter your name here