ମାନ୍ୟବର ମୁଖ୍ୟମନ୍ତ୍ରୀ ମହୋଦୟଙ୍କ ରଥ ନିର୍ମାଣ ଅଗ୍ରଗତି ସମୀକ୍ଷା

0
322

By Our Correspondent

PURI: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମହୋଦୟ, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଶ୍ରୀଯୁକ୍ତ ଯୋଗେଶ ବାହାଦୂର ଖୁରାନିଆ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ ପାଢ଼ୀ ଙ୍କ ଗହଣରେ ରଥଖଳା ଠାରେ ମହାପ୍ରଭୁଙ୍କ ରଥ ନିର୍ମାଣ ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଥିଲେ.

ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ, ମୁଖ୍ୟ ପ୍ରଶାସକ ଡ଼. ପାଢ଼ୀ ସମସ୍ତ ରଥ କାଠ ରଥ ଖଳା ଠାରେ ପହଞ୍ଚି ଥିବା ବିଷୟରେ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

LEAVE A REPLY

Please enter your comment!
Please enter your name here