ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଖାଦ୍ୟ ସୁରକ୍ଷା ରାଜ୍ୟ ହିତାଧିକାରୀ ଆଉ ତିନି ମାସ ପାଇଁ ଅତିରିକ୍ତ ଚାଉଳ ପାଇବେ  

0
860

By Our Correspondent

BHUBANESWAR: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ତିନି ମାସ ପାଇଁ ହିତାଧିକାରୀ ମାନେ NFSA ହିତାଧିକାରୀମାନଙ୍କ ପରି ମୁଣ୍ଡପିଚ୍ଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ ।

ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ।

LEAVE A REPLY

Please enter your comment!
Please enter your name here