ମୁଖ୍ୟମନ୍ତ୍ରୀ ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି

0
487
ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ୧୩ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ପାଇଁ Rs ୫୪୩.୨୦ କୋଟିରୁ ଊର୍ଦ୍ଧ୍ୱ ଟେଣ୍ଡର ଅନୁମୋଦନ, ନବରଙ୍ଗପୁର ଜିଲ୍ଲାରେ ୧୧ଟି ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ରାଜ୍ୟ କ୍ଯାବିନେଟ ରେ ମଞ୍ଜୁରୀ

By Our Correspondent

BHUBANESWAR:   ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି।

୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ୫-ଟି ସଚିବଙ୍କୁ ଜଣାଇଥିଲେ।

ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି।

ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି। ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ, ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା-ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ।

ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍‌ର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ। ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ।

LEAVE A REPLY

Please enter your comment!
Please enter your name here