ମୁଖ୍ୟମନ୍ତ୍ରୀ ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି

0
385
CM Naveen Patnaik-FILE

By Our Correspondent

BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା। ଏ ସମସ୍ୟା ସଂପର୍କରେ ଜନସାଧାରଣ ୫-ଟି ସଚିବଙ୍କୁ ଜଣାଇଥିଲେ ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି। ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର ଟାସ୍କଫୋର୍ସ୍ ଦ୍ୱାରା ନିର୍ଦ୍ଧାରିତ ଏସ୍ଓପି ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

LEAVE A REPLY

Please enter your comment!
Please enter your name here