By Our Correspondent
BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗତ ୨୦ରୁ ୨୮ ତାରିଖ ମଧ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ସମୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏଥି ସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।