ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି,  ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ

0
306
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

By Our Correspondent

BHUBANESWAR:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ।  ଏହାଦ୍ବାରା ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାସହିତ ମୁଖ୍ୟମନ୍ତ୍ରୀ ୩୩.୫୮ କୋଟି ଟଙ୍କା ବିନିଯୋଗରେ ଅନେକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ବତନ୍ତ୍ର ଧ୍ୟାନ ଦେଇଆସିଛନ୍ତି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ ଠାରେ ଜଳସଂପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବରଗଡ ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଦେବଗଡ ଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ପ୍ରମୁଖ ଯୋଗ ଦେଇ ପଶ୍ଚିମ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଯୋଜନାବଦ୍ଧ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ।

ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇଥିଲେ  ଏବଂ ଏହାର ସିଇଓ ଶ୍ରୀ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଉଦ୍‌ଘାଟିତ ପ୍ରକଳ୍ପ ମଧ୍ୟରେ ବଲାଙ୍ଗୀର ଗଡିଆଜୋର ସେତୁ, ଟିଟିଲାଗଡ ଟାଉନହଲ୍‌, ବରଗଡ ଇକୋ ଟୁରିଜିମ୍‌, ଭିତ୍ତିଭୂମି, ଦେବଗଡ କଲେଜର ନୂଆ ଅଡିଟୋରିଅମ, କଳାହାଣ୍ଡି ବ୍ରଜମୋହନ ହାଇସ୍କୁଲର ନୂଆ ହଷ୍ଟେଲ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ନୂଆ ଅଡିଟୋରିଅମ ଓ କୁଚିଣ୍ଡା କଲେଜର ଅଡିଟୋରିଅମ ରହିଛି।

ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମଧ୍ୟରେ ବରଗଡ ଜନ୍ଦୋଲ ଗାଁର କମ୍ୟୁନିଟି ହଲ୍‌, ବରୋମୁଣ୍ଡା କଳାଗ୍ରାମ, କଟାବାହାଲ ପର୍ଯ୍ୟଟନ କେନ୍ଦ୍ର ଏବଂ କଳାହାଣ୍ଡିର ବିଭିନ୍ନ ଜଳାଶୟର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ଏବଂ ସମ୍ବଲପୁର କେସିଆବାହାଲ ଠାରେ ନୂତନ ବହୁମୁଖୀ ହଲ୍‌ର ନିର୍ମାଣ କାମ ରହିଛି।

LEAVE A REPLY

Please enter your comment!
Please enter your name here