ମୁଖ୍ୟମନ୍ତ୍ରୀ  ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

0
753

By Our Correspondent  

BHUBANESWAR:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

‘ ପୂର୍ବତନ ବାଚସ୍ପତି, ପୁରୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ମହେଶ୍ବର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକପ୍ରିୟ ଜନନେତା ଏବଂ ଜଣେ ଦକ୍ଷ ସଂଗଠକ ଭାବେ ତାଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟ ବିକାଶରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ।,” Chief Minister Naveen Patnaik said in an X post.

‘ବାଚସ୍ପତି ଭାବେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ସେ ନିଜର ଅବଦାନ ରଖି ଯାଇଛନ୍ତି। ତାଙ୍କ ଦେହାନ୍ତ ଓଡ଼ିଶା ପାଇଁ ଏକ ବଡ଼ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି,’CM added.

LEAVE A REPLY

Please enter your comment!
Please enter your name here