ମୁଖ୍ୟମନ୍ତ୍ରୀ ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି, ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ

0
171
ଲୋକଙ୍କ ଉତ୍ସସିତ ଧ୍ବନି, କରତାଳି ଓ ହୁଳହୁଳି ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା।

By Our Correspondent

BALNGIR/BHUBANESWAR:   ଲୋକଙ୍କ ଉତ୍ସସିତ ଧ୍ବନି, କରତାଳି ଓ ହୁଳହୁଳି ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା।

ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ। ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ। ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। ୮୦ହଜାରରୁ ଅଧିକ ଚାଷୀ ଉପକାର ପାଇବେ।

୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here