ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ‘ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି

0
186
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ 'ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ ଚାଲିବ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ। ଲୋକମାନେ ପାଇବେ ବିକାଶର ବାର୍ତ୍ତା, ରୂପାନ୍ତରିତ ଓଡିଶାର ବାର୍ତ୍ତା। ଏହାଦ୍ବାରା ଜନସାଧାରଣ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଜାଣିବା ସହିତ ସରକାରଙ୍କ କାର୍ଯ୍ୟକ୍ରମରେ, ବିକାଶ କାର୍ଯ୍ୟକ୍ରମରେ ସହଭାଗୀ ହୋଇପାରିବେ।

By Our Correspondent

BHUBANESWAR:   ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ‘ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ  ଚାଲିବ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ। ଲୋକମାନେ ପାଇବେ ବିକାଶର ବାର୍ତ୍ତା, ରୂପାନ୍ତରିତ ଓଡିଶାର ବାର୍ତ୍ତା। ଏହାଦ୍ବାରା ଜନସାଧାରଣ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଜାଣିବା ସହିତ ସରକାରଙ୍କ କାର୍ଯ୍ୟକ୍ରମରେ, ବିକାଶ କାର୍ଯ୍ୟକ୍ରମରେ ସହଭାଗୀ ହୋଇପାରିବେ।

ଏହି ଅଭିଯାନରେ ଏକ ମାସ ଧରି ରାଜ୍ୟର ସବୁ ଗାଁ, ୫୧୧୬୮ଟି ଗାଁରେ ଦୁଇ ଲକ୍ଷରୁ ଅଧିକ କାର୍ଯ୍ୟକ୍ରମ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୨୨ ହଜାର ଲୋକ କଳାକାର ଦଳ ପଞ୍ଜୀକୃତ ହୋଇଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଲୋକ କଳାକାର ମାନଙ୍କର ଖୁବ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଆମର ଲୋକ କଳାକାର ମାନେ ବହୁତ ଭଲ କାମ କରୁଛନ୍ତି। ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବାର୍ତ୍ତା ଆପଣମାନେ ଲୋକଙ୍କୁ ଦେଉଛନ୍ତି। ଏହାଦ୍ଵାରା ଆମର ଲୋକକଳାର ଆଦର  ବଢୁଛି ଏବଂ ଆମ କଳାକାରମାନେ ମଧ୍ୟ ରୋଜଗାର ପାଉଛନ୍ତି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଆମ କଳା ଓ କଳାକାର ମାନଙ୍କର ବିକାଶ ପାଇଁ ରାଜ୍ୟ ସରକାର ୨୦୧୦ରୁ କଳାକାର ସଂଘ ଗଠନ କରିଛି। ଏହି ଉପକ୍ରମ  ପ୍ରଥମେ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଥିଲା ବୋଲି ସୂଚନା ଦେଇ ସେ କହିଲେ ଯେ ଏବେ ଏହା ସବୁ ଜିଲ୍ଲା ଓ ସବୁ ବ୍ଲକରେ କାର୍ଯ୍ୟକାରୀ ହୋଇପାରିଛି।

LEAVE A REPLY

Please enter your comment!
Please enter your name here