ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି

0
49

By Our Correspondent

BHUBANESWAR: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି।

ରାଜଧାନୀ ଭୁବନେଶ୍ଵରର ମ୍ୟୁଜିଅମ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି. ଆର୍. ଆମ୍ବେଦକର ଏବଂ ୧୨୦ ବାଟାଲିୟନ ଛକରେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତୀରେ ସେ ମାଲ୍ୟାର୍ପଣ କରି  ବରପୁତ୍ର ମାନଙ୍କ ଆଶୀର୍ବାଦ କାମନା କରିଥିଲେ।

ଏହି ଅବସରରେ ସେ କହିଛନ୍ତି ଯେ ଦେଶର ସ୍ଵାଧୀନତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଓଡ଼ିଆ ଅସ୍ମିତାର ସୁରକ୍ଷାରେ ଆମର ଏହି ବରପୁତ୍ର ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି।

ରାଜ୍ୟର ନୂଆ ସରକାର ଓଡ଼ିଆ ଅସ୍ମିତାର ସୁରକ୍ଷା ଉପରେ ଗୁରୁତ୍ବ ଦେଇ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ଓ କରି ଚାଲିବେ ବୋଲି ସେ କହିଥିଲେ। ଏହି ଅବସରରେ ଉପ ମୂଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ବିଧାୟକ ଓ ବିଧାୟିକା ମାନେ ଉପସ୍ଥିତ ଥିଲେ।

 

LEAVE A REPLY

Please enter your comment!
Please enter your name here