ମୁଖ୍ୟମନ୍ତ୍ରୀ ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି, ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍ ଚଳାଚଳ ହେବ

0
256
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍ ଯିବ। ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍ ଷ୍ଟପେଜ ମଧ୍ୟ କରାଯାଇଛି।

By Our Correspondent 

BHUBANESWAR:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ। ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍‌ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି।

ଅନ୍‌ ଲାଇନ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ। ଏହା ଆମର ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ।

ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ ବୋଲି ସେ କହିଥିଲେ। ମୋ ପାଇଁ ଲୋକଙ୍କ ମତାମତ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯୋଗାଯୋଗର ଅସୁବିଧା ସଂପର୍କରେ ମୁଁ ଜାଣିଲି। ତା ପରେ ହିଁ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ଯୋଜନା.

‘ଲକ୍ଷ୍ମୀ’ ବସ୍‌ ଗାଁକୁ ଗାଁ ସହିତ ଯୋଡ଼ିବ। ସାମାଜିକ ସମ୍ପର୍କ ସୁଦୃଢ଼ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜଭୁତ କରିବ। ଏହା ଘରେ ଘରେ ଖୁସି ଓ ଆନନ୍ଦ ଆଣିବା ସହ ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବା ଦ୍ୱାରା ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆସିବ।

ଲୋକଙ୍କ ମତାମତ ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଯୋଗାଯୋଗ ବିକାଶର ଇଞ୍ଜିନ। ‘ଲକ୍ଷ୍ମୀ ବସ୍‌’ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହିତ ଯୋଡ଼ିବା ସହ ରୋଗୀଙ୍କୁ ହସ୍ପିଟାଲ ମଧ୍ୟ ନେବ। ମା’ମାନଙ୍କ ପାଇଁ ଏହା ବିଭିନ୍ନ କାମରେ ମୁଖ୍ୟ ସାରଥୀ ସାଜିବ.

LEAVE A REPLY

Please enter your comment!
Please enter your name here