By Our Correspondent
BHUBANESWAR: ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଆହୁରି ସୁଦୃଢ଼ କରିବା ସହ ଅପରାଧ ନିୟନ୍ତ୍ରଣ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି ।
ଜନତାଙ୍କୁ ସୁରକ୍ଷିତ ରଖିବାକୁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବା, ନାରୀ ସୁରକ୍ଷା କ୍ଷେତ୍ରରେ ଶୂନ୍ୟ ସହନଶୀଳତା ନୀତିକୁ ଆଧାର କରି ଆକ୍ସନ ମୋଡରେ ରହିବା, ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ଏବଂ ଟ୍ରାଫିକ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

























