ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆଠାରେ ରାଜ୍ୟର ୧ କୋଟି ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି, ଗଞ୍ଜାମ ଜିଲ୍ଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ

0
277

By Our Correspondent

BERHAMPUR/BHUBANESWAR:  ମା’ ଓ ଭଉଣୀମାନଙ୍କ ଆଶା ଆକାଂକ୍ଷା ପୂରଣ ହେଉଛି। ମହିଳା ସଶକ୍ତିକରଣ ଦିଗରେ ଓଡ଼ିଶା ଆଗକୁ ବଢ଼ୁଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆଠାରେ ରାଜ୍ୟର ୧ କୋଟି ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ସବୁ ମା’ଙ୍କୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏଁ ମିଳିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ‘ସୁଭଦ୍ରା’ କେବଳ ଏକ ଯୋଜନା ହୋଇ ରହି ନାହିଁ, ଏହା ଏକ ବିପ୍ଳବରେ ପରିଣତ ହୋଇଛି। କିଶୋରୀ ମାନଙ୍କଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ବୟସର ମହିଳାମାନେ ସଶକ୍ତ ଏବଂ ସମୃଦ୍ଧ ହୋଇପାରିବାର ବ୍ୟବସ୍ଥା କରାଯାଉଛି। ଏହା ରାଜ୍ୟର ପ୍ରତ୍ୟେକ ସୁଭଦ୍ରାଙ୍କ ମନରେ ଏକ ନୂତନ ଆଶା ଓ ବିଶ୍ୱାସର ସଂଚାର କରିବ।

ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୪୯୩ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ ୧୪୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‍ଘାଟନ କରାଯାଇଛି। ଏଥିରେ ଅନେକ ଜଳଯୋଗାଣ ପ୍ରକଳ୍ପ, ସଡ଼କ ଉନ୍ନତିକରଣ, ସେତୁ ନିର୍ମାଣ, ଚେକ୍‍ ଡ୍ୟାମ୍‍ ପ୍ରକଳ୍ପ, ସ୍ୱାସ୍ଥ୍ୟସେବା କେନ୍ଦ୍ର ସ୍ଥାପନ, ଇନ୍‍ଷ୍ଟ୍ରିମ୍‍ ଷ୍ଟୋରେଜ୍‍ ଭଳି ପ୍ରକଳ୍ପ ରହିଛି।

LEAVE A REPLY

Please enter your comment!
Please enter your name here