ମୁଖ୍ୟମନ୍ତ୍ରୀ ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଛନ୍ତି

0
179
ମୁଖ୍ୟମନ୍ତ୍ରୀ ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଛନ୍ତି। ସତ୍ୟବାଦୀକୁ ଓଡ଼ିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ଓଡ଼ିଆ ବିଶ୍ବବିଦ୍ୟାଳୟର କୁଳପତି, ପ୍ରାଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

By Our Correspondent

BHUBANESWAR: ମୁଖ୍ୟମନ୍ତ୍ରୀ ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଛନ୍ତି। ସତ୍ୟବାଦୀକୁ ଓଡ଼ିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ଓଡ଼ିଆ ବିଶ୍ବବିଦ୍ୟାଳୟର କୁଳପତି, ପ୍ରାଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଆମ ସଂସ୍କୃତି, ଆମ ଜୀବନଧାରା, ଆମ ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏ ଦିଗରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିକବି ସାରଳା ଦାସଙ୍କୁ ପ୍ରଣାମ ଜଣାଇ ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଓ ସମୃଦ୍ଧି ପାଇଁ ସଂଗ୍ରାମ ତଥା ଉଦ୍ୟମ କରିଥିବା ବରପୁତ୍ରମାନଙ୍କୁ ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ। ଗୋଟେ ଜାତିର ମୁକୁଟ ହେଉଛି ତା’ର ଭାଷା। ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହୋଇଥାଏ ଏବଂ ଜାତିର ଗୌରବ ବୃଦ୍ଧି କରିଥାଏ। ଓଡ଼ିଆ ଭାଷା ପ୍ରତି ଯୁବଗୋଷ୍ଠୀଙ୍କୁ ଆକୃଷ୍ଟ କରିବାସହ ଏହାର ବ୍ୟବହାର ବୃଦ୍ଧି ଓ ଗବେଷଣା ଉପରେ ଗୁରୁତ୍ୱ ଦିଆଯିବାର ଆବଶ୍ୟକତା ରହିଛି।’

ବର୍ତ୍ତମାନର ସମୟକୁ ଓଡ଼ିଆ ଜାତିର ଗୌରବମୟ ସମୟ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ନିକଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ବ ବିଦ୍ୟାଳୟର କ୍ୟାମ୍ପସ୍‌ ଉଦ୍‌ଘାଟିତ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁଯାଉଛି ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏକ ଗୌରବର ସମୟ, ଅସ୍ମିତାର ସମୟ।’

LEAVE A REPLY

Please enter your comment!
Please enter your name here