ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବା ସହିତ ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି

0
83

By Our Correspondent

BHUBANESWAR:  ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମସ୍ତ ବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବା ସହିତ ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି।

ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଅପ୍ରେଲ-ଜୁଲାଇ ଅବଧିର ୨୦୨୩-୨୪ ଓ ୨୦୨୪-୨୫ ପାଇଁ ଏକ ତୁଳନାତ୍ମକ ଆୟ ବ୍ୟୟର ହିସାବ ଉପସ୍ଥାପନ କରିଥିଲେ।

ଚଳିତ ଆର୍ଥିକ ବର୍ଷର ଅପ୍ରେଲ-ଜୁଲାଇ ଅବଧି ମଧ୍ୟରେ ସମୁଦାୟ ଆୟର ପରିମାଣ ୫୭,୦୮୫ କୋଟି ଟଙ୍କା ଥିବା ବେଳେ ଗତ ବର୍ଷ ଏହି ଅବଧି ମଧ୍ୟରେ ଆୟର ପରିମାଣ ୫୧,୨୩୪ କୋଟି ଟଙ୍କା ଥିଲା।

LEAVE A REPLY

Please enter your comment!
Please enter your name here