ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଇନଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟକ୍ଚର୍ ପ୍ରକଳ୍ପ ପାଇଁ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି

0
219

By Our Correspondent

BHUBANESWAR: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଇନଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟକ୍‌ଚର୍ ଅନୁମୋଦନ କରିଛନ୍ତି।

 ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଉଛି- ଇବ୍‌ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ପାଇଁ ୨୬୨.୫୦ କୋଟି ଓ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର ହୋଇଛି।

ଏହାଦ୍ବାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ। ଭଷ୍ମା ପ୍ରକଳ୍ପ ଦ୍ବାରା ଟାଙ୍ଗରାପଲି, ସୁନ୍ଦରଗଡ ଓ ଝାରସୁଗୁଡା ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବା ବେଳେ, ଫୁଲବାରୀ ପ୍ରକଳ୍ପ ଦ୍ବାରା ବଡଗାଁ ଓ ବାମରା ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ.

LEAVE A REPLY

Please enter your comment!
Please enter your name here