ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶ୍ରୀ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତଭାବେ ଶ୍ରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ଶ୍ରୀ ପବିତ୍ର ମଣ୍ଡଳ ଏବଂ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି

0
255

By Our Correspondent

BHUBANESWAR:  ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି। ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶ୍ରୀ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତଭାବେ ଶ୍ରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ଶ୍ରୀ ପବିତ୍ର ମଣ୍ଡଳ ଏବଂ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ମାନ୍ୟବର ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ।

ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏବଂ ଅନ୍ୟ ମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ

LEAVE A REPLY

Please enter your comment!
Please enter your name here