By Our Correspondent
BHUBANESWAR: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି।
ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।