ରାଜ୍ୟର ଅଧିକାଂଶ ସ୍ଥାନରେ ତୀବ୍ର ବୃଷ୍ଟିପାତ ଜାରିରହିଛି

0
308
ସେପ୍ଟେମ୍ବର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି

By Our Correspondent

BHUBANESWAR: ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ  ରାଜ୍ୟର ଅଧିକାଂଶ ସ୍ଥାନରେ ତୀବ୍ର ବୃଷ୍ଟିପାତ ଜାରିରହିଛି. ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି , କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ପାଇଁ ଅରେଞ୍ଜ ସତର୍କତା ଜାରି .ଅବଗତ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ.

ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବଭାଗ ଉତ୍ତରପ୍ରଦେଶ ର ବରବାଙ୍କି ରୁ ବାହାରି ଦେହରି, ରାଞ୍ଚି ମଧ୍ୟଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି |

ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି  | ଏହି  ଘୂର୍ଣ୍ଣିବଳୟ ପ୍ରଭାବରେ, ବଙ୍ଗୋପସାଗର ର ସମାନ ଅଞ୍ଚଳରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା.

LEAVE A REPLY

Please enter your comment!
Please enter your name here