ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ, ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି

0
74

By Our Correspondent

BHUBANESWAR:   ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here