ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି

0
60
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହାସହ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ସମୀକ୍ଷା କରିଛନ୍ତି l ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ ସ୍ଵତନ୍ତ୍ର ସୁରକ୍ଷା ବାଟାଲିୟନ ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ଡିଜିପି ଶ୍ରୀ ଖୁରାନିଆ ସୂଚନା ଦେଇଛନ୍ତି ।

By Our Correspondent

PURI/BHUBANESWAR:  ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ପୁରୀ ଗସ୍ତରେ ଯାଇ  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହାସହ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ  ସମୀକ୍ଷା କରିଛନ୍ତି l ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ ସ୍ଵତନ୍ତ୍ର ସୁରକ୍ଷା ବାଟାଲିୟନ ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ଡିଜିପି ଶ୍ରୀ ଖୁରାନିଆ ସୂଚନା ଦେଇଛନ୍ତି ।

ଶୁକ୍ରବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ବ ନେବା ପରେ ଡିଜିପି ଶ୍ରୀ ଖୁରାନିଆ ଆଜି ପୁରୀ ଗସ୍ତରେ ଯାଇଥିଲେ । ସେଠାରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ  ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା, ଜନଗହଳି ନିୟନ୍ତ୍ରଣ, ଦେଶବିଦେଶରୁ ଆସୁଥିବା ଭକ୍ତଙ୍କୁ ଉତ୍ତମ ବ୍ୟବହାର, ଶୃଙ୍ଖଳିତ ଦର୍ଶନ ଆଦି ସମ୍ପର୍କରେ ବିସ୍ତୃତଭାବେ ଆଲୋଚନା କରିଥିଲେ । ପରେ ସେ ସିଂହଦ୍ଵାର ଥାନା ପରିଦର୍ଶନ କରି ସେଠାରେ ଆନୁଷଙ୍ଗିକ ବ୍ୟବସ୍ଥା  ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।

ଏହାସହ ପୁରୀ ଜିଲ୍ଲାରେ ଅବସ୍ଥାପିତ ଥିବା ମେରାଇନ ଥାନା, ଅପରାଧ କାର୍ଯ୍ୟକଳାପ ଏବଂ ନିୟନ୍ତ୍ରଣ ସମ୍ପର୍କରେ ମଧ୍ୟ ପୋଲିସ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଡିଜିପି ଶ୍ରୀ ଖୁରାନିଆଙ୍କ  ଗସ୍ତ ସମୟରେ ପୁରୀ ଏସପି ଶ୍ରୀ ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here