ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ- ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ ସାମଲ, ସମସ୍ତ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନାମାଙ୍କନ ଦାଖଲ କଲେ , ଆସନ୍ତାକାଲି ବିଧିବଦ୍ଧ ଭାବେ ନାମ ଘୋଷଣା

0
266

By Our Correspondent

BHUBANESWAR: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ଆଜି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀଭାବେ ଶ୍ରୀ ମନମୋହନ ସାମଲ ଓ ସମସ୍ତ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଆସନ୍ତାକାଲି ଦିନ ୧୧ଟାବେଳେ ବିଧିବଦ୍ଧ ଭାବେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ନାମ ଘୋଷଣା କରାଯିବ ବୋଲି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା ବିହାର ସାଂସଦ ଶ୍ରୀ ସଞ୍ଜୟ ଜୟସ୍ୱାଲ କହିଛନ୍ତି ।

ଶ୍ରୀ ଜୟସ୍ୱାଲ କହିଛନ୍ତି ଯେ, ଏହି ନିର୍ବାଚନ ଲାଗି  ଜୁଲାଇ ୪ ତାରିଖରେ ବିଜ୍ଞପ୍ତି ଜାରି ହୋଇଥିବାବେଳେ ୬ ତାରିଖରେ ଚୂଡ଼ାନ୍ତ ମତଦାତାଙ୍କ ତାଲିକା ପ୍ରକାଶ ପାଇଥିଲା । ରାଷ୍ଟ୍ରୀୟ ପରିଷଦ ସଦସ୍ୟ ପାଇଁ ମଧ୍ୟାହ୍ନ ୧୨ଟା ୩୦ରୁ ନାମାଙ୍କନ ଦାଖଲ କରାଯାଇଥିଲା । ଅପରାହ୍ନ ୩.୩୦ରେ ରାଜ୍ୟ ସଭାପତିଙ୍କ ପଦ ପାଇଁ ନାମାଙ୍କନ ପ୍ରକ୍ରିୟା କରାଯାଇଛି । ଆସନ୍ତାକାଲି ପୂର୍ବାହ୍ନ ୧୦ଟା ବେଳେ ନାମାଙ୍କନ ସମ୍ପର୍କିତ ଆପତି ଅଭିଯୋଗର ଯାଂଚ କରାଯାଇ ୧୧ଟା ବେଳେ ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ ।
 ନାମାଙ୍କନ ପତ୍ର ଦାଖଲବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି, ସାଂସଦ ସମ୍ବିତ ପାତ୍ରଙ୍କ ସମେତ ସମସ୍ତ ମନ୍ତ୍ରୀ, ସାଂସଦ, ବିଧାୟକ ଓ ସହ ନିର୍ବାଚନ ଅଧିକାରୀ ସୁଶ୍ରୀ ସୁକେଶୀ ଓରାମ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ବିଜେପିର ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ପ୍ରତି ୩ ବର୍ଷରେ ଥରେ ସାଙ୍ଗଠନିକ ନିର୍ବାଚନ ଅନୁଷ୍ଠିତ ହୁଏ । ଏଥିରେ ଦଳର ବୁଥ୍‌ସ୍ତରରୁ ଆରମ୍ଭ କରି କେନ୍ଦ୍ରସ୍ତର ପର୍ଯ୍ୟନ୍ତ ନିର୍ବାଚନ କରାଯାଏ । ଏହି ପରିପ୍ରେକ୍ଷୀରେ ପୂର୍ବରୁ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି, ରାଜ୍ୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି ।

LEAVE A REPLY

Please enter your comment!
Please enter your name here