ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ” ଆରମ୍ଭ କରିବା ପାଇଁ ନିଷ୍ପତ୍ତି

0
277

By Our Correspondent

BHUBANESWAR: ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଏକ ସୁରକ୍ଷିତ ଶୈକ୍ଷିକ ବାତାବରଣକୁ ସୁନିଶ୍ଚିତ କରାଇବା ସହିତ ଅଧ୍ୟୟନରତ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନ କରିବା ଏବଂ ଛାତ୍ରୀମାନଙ୍କର ସଶକ୍ତିକରଣ ଓ  ସର୍ବାଙ୍ଗୀନ ବିକାଶ ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର।

ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ” ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ଏହା ଅଧିନରେ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର, ଶକ୍ତିଶ୍ରୀ ମୋବାଇଲ ଆପ୍‌, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନଙ୍କ ପାଇଁ ସ୍ୱତନ୍ତ୍ର କୋଡ଼ ଅଫ୍ କଣ୍ଡକ୍ଟ, SAFE କ୍ୟାମ୍ପେନ୍‌, ସିସିଟିଭି କ୍ୟାମେରା, ଶକ୍ତି ସ୍ୱରୂପିଣୀ ଆଦି ସ୍ଥାପନ କରାଯିବ। ଏହି ସମସ୍ତ ପଦକ୍ଷେପ କ୍ୟାମ୍ପସରେ ଛାତ୍ରୀମାନଙ୍କର ସୁରକ୍ଷାକୁ ସୁନିଶ୍ଚିତ କରିବାରେ ବେଶ୍ ସହାୟକ ହେବ।

LEAVE A REPLY

Please enter your comment!
Please enter your name here