‘ରିଫର୍ମ – ପରଫର୍ମ – ଟ୍ରାନ୍ସଫର୍ମ’କୁ ମୁଳମନ୍ତ୍ର ଏବଂ ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସକୁ ଆଧାର କରି ମୋଦି ସରକାର “ସୁରକ୍ଷିତ ଭାରତ – ସମୃଦ୍ଧ ଭାରତ” ଗଠନ ପାଇଁ ସଂକଳ୍ପବଦ୍ଧ

0
65

By Our Correspondent

BHUBANESWAR:   ‘ରିଫର୍ମ – ପରଫର୍ମ – ଟ୍ରାନ୍ସଫର୍ମ’କୁ ମୁଳମନ୍ତ୍ର ଏବଂ ସବକା ସାଥ୍‌, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସକୁ ଆଧାର କରି ମୋଦି ସରକାର “ସୁରକ୍ଷିତ ଭାରତ – ସମୃଦ୍ଧ ଭାରତ” ଗଠନ ପାଇଁ ସଂକଳ୍ପବଦ୍ଧ ।

୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ ଦେଶବାସୀଙ୍କୁ ଦିଆଯାଇଥିବା ୨୩୫ଟି ପ୍ରତିଶୃତି ମଧ୍ୟରୁ ୨୨୨ଟି ପ୍ରତିଶୃତିକୁ ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଜୀ । ମୋଦି ସରକାରଙ୍କ ଗତ ୧୦ ବର୍ଷର ବିଶ୍ୱସନୀୟତା ଏବଂ ଆଗାମୀ ୫ ବର୍ଷରେ ଦେଶର ବିକାଶଯାତ୍ରାକୁ ତ୍ୱରାନ୍ୱିତ କରି ବିକଶିତ ରାଷ୍ଟ୍ର ଭାବେ ଗଢି ତୋଳିବା ଉଦ୍ଦେଶ୍ୟରେ ବିଜେପି ତରଫରୁ “ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” ପ୍ରକାଶ ପାଇଛି ।

ସୋସିଆଲ, ଫିଜିକାଲ୍ ଓ ଡିଜିଟାଲ ଭିତିଭୁମିକୁ ସୁଦୃଢ କରାଯିବା ଲକ୍ଷ୍ୟରେ ଏହି ସଂକଳ୍ପ ପତ୍ର ‘ବିକଶିତ ଭାରତ ଏବଂ ବିକଶିତ ଓଡିଶା ଗଠନ’ରେ ‘ବୁଷ୍ଟର’ ସଦୃଶ ହେବ । ଗତ ୧୪ ତାରିଖ ପବିତ୍ର ପଣାସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା, ଇସ୍ତାହାର କମିଟି ସଂଯୋଜକ ତଥା ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ, କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା କେନ୍ଦ୍ରୀୟ କାର୍ଯ୍ୟାଳୟଠାରେ “ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” ଉନ୍ମୋଚନ କରିଥିଲେ ।

ଆଜି ସେହି ସଂକଳ୍ପ ପତ୍ରର ଓଡିଆ ସଂସ୍କରଣକୁ ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପ୍ରମୁଖଙ୍କ ଉପସ୍ଥିତିରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉନ୍ମୋଚିତ ହୋଇଛି ।

LEAVE A REPLY

Please enter your comment!
Please enter your name here