ଶିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0
592

By Our Correspondent

NEW DELHI/BHUBANESWAR:  ଶିମିଳିପାଳ ଅଭୟାରଣ୍ୟରେ ଆଉ ଜଣେ ବନ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିବା ଘଟଣାରେ ଟ୍ୱିଟ୍ କରି କ୍ଷୋଭ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଘଟଣା ଉପରେ ଦୃଷ୍ଟି ଦେବା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।

ସେ କହିଛନ୍ତି ଯେ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଆଉ ଜଣେ ବନ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିବା ପ୍ରତ୍ୟେକ ବନ୍ୟପ୍ରାଣୀଙ୍କ ସୁରକ୍ଷା ସହ ପରିବେଶବିତଙ୍କ ପାଇଁ ଅଧିକ ଚିନ୍ତାର ବିଷୟ ହୋଇଛି । ଶିକାରୀ ଓ ସଂଗଠିତ ଶିକାର ରାକେଟକୁ ରୋକିବା ପାଇଁ ସବୁ ଦିଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ବନ୍ୟପ୍ରାଣୀ ଆଇନର ପ୍ରଭାବଶାଳୀ କାର୍ଯ୍ୟକାରିତା ଆବଶ୍ୟକ । ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବା ପାଇଁ ସର୍ବସ୍ୱ ଦେଇଥିବା ମାଟି ହାଁସଦାଙ୍କ ଭଳି ଜଣେ ନିଷ୍ଠାପର ଅଫିସରଙ୍କ ମୃତ୍ୟୁ ନୈରାଶଜନକ । ପ୍ରାୟ ଏକ ମାସ ପୂର୍ବରୁ ଏହି ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ କାର୍ଯ୍ୟରତ ବନରକ୍ଷୀ ବିମଳ କୁମାର ଜେନାଙ୍କ ମୃତ୍ୟୁ ହୋଇଥିଲା । ଶିକାରୀ ଓ ଅସାମାଜିକ ତତ୍ତ୍ୱଙ୍କ ଦ୍ୱାରା  ଏପରି ଲଜ୍ଜ୍ୟାଜନକ କାମ ଦୁର୍ଭାଗ୍ୟଜନକ । ଓଡ଼ିଶାର ଅଭୟାରଣ୍ୟରେ କେବଳ ବନ୍ୟ ଜୀବଜନ୍ତୁ ନୁହେଁ, ସେମାନଙ୍କୁ ସୁରକ୍ଷା ଦେଉଥିବା ବ୍ୟକ୍ତିମାନେ ମଧ୍ୟ ସୁରକ୍ଷିତ ନୁହନ୍ତି । 

ଏହି ଘଟଣାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଟ୍ୱିଟକୁ ରି-ଟ୍ୱିଟ୍ କରି ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯାଦବ କହିଛନ୍ତି ଯେ କାର୍ଯ୍ୟରତ ସମୟରେ ଜଣେ ଯୋଦ୍ଧାଙ୍କ ମୃତ୍ୟୁ ହେବା ଖବରରେ ମୁଁ ଦୁଃଖତ । ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଏହି ଘଟଣା ଉପରେ ଅନୁଧ୍ୟାନ ଆରମ୍ଭ କରିବା ସହ ଓଡ଼ିଶାକୁ ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋର ଏକ ଟିମ ପଠାଯାଇଛି ।  ଅଭିଯୁକ୍ତ ମାନଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଜଣଙ୍କୁ ଅଟକ ରଖାଯାଇଛି । ଅଭିଯୁକ୍ତ ଠାରୁ ଏକ ଦେଶୀ ବନ୍ଧୁକ ଜବତ କରାଯିବା ସହ ବନ୍ୟପ୍ରାଣୀ ସୁରକ୍ଷା ଆଇନ ଓ ଆଇପିସି ଅନୁସାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here