ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି

0
283
Chief Minister Mohan Charan Majhi-file

By Our Correspondent

BHUBANESWAR: ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି।

ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି।

LEAVE A REPLY

Please enter your comment!
Please enter your name here