ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ  ଭି କେ ପାଣ୍ଡିଆନ୍ ଙ୍କ ନିର୍ଦ୍ଦେଶ

0
255
ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ବଡିଭୋରରୁ ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଥିଲେ। ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ.

By Our Correspondent  

PURI/BHUBANESWAR:  ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ବଡିଭୋରରୁ ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଥିଲେ। ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ.

ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାରମାନଙ୍କ ସହଯୋଗରେ  କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ ଲାଣ୍ଡ ସ୍ପେପିଙ୍ଗ୍ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ଯ ସେ ପରାମର୍ଶ ଦେଇଥିଲେ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ  ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀସେତୁ କାମର ଅଗ୍ରଗତି ମଧ୍ଯ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ  କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫-ଟି ଓ  ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ.

LEAVE A REPLY

Please enter your comment!
Please enter your name here