ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ ଲୋକାର୍ପଣ ଉତ୍ସବର ଭବ୍ୟ ଆୟୋଜନରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ  ଙ୍କୁ ଭେଟି ନିମନ୍ତ୍ରଣ ଜଣାଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ ସେବାୟତଗଣ

0
244
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ ଲୋକାର୍ପଣ ଉତ୍ସବର ଭବ୍ୟ ଆୟୋଜନରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଙ୍କୁ ଭେଟି ନିମନ୍ତ୍ରଣ ଜଣାଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ ସେବାୟତଗଣ। ନିମନ୍ତ୍ରଣ ପାଇଁ ସେବାୟତମାନଙ୍କୁ ଧନ୍ୟବାଦ ଦେବା ସହ ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ ଓ ଚାଉଳ ପ୍ରଦାନ କରିଛନ୍ତି।

By Our Correspondent

BHUBANESWAR:  ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ଏକ ୫୦ ଜଣିଆ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାରମ୍ପରିକ ରୀତିରେ ନିମନ୍ତ୍ରଣ କରିଥିଲେ।

ଆଜି ଭୁବନେଶ୍ବରରେ ପହଞ୍ଚି ସେବାୟତ ଓ ଅନ୍ୟମାନେ ପ୍ରଥମେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରି ନବୀନ ନିବାସକୁ ଆସିଥିଲେ। ନିମନ୍ତ୍ରଣ ପାଇଁ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ ଓ ଚାଉଳ ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପରିକ୍ରମା ପ୍ରକଳ୍ପ ଆପଣମାନଙ୍କ କାମ। ସେବାୟତ ବନ୍ଧୁମାନଙ୍କ କାମ। ପୁରୀବାସୀଙ୍କ କାମ ଏହି ପବିତ୍ର କାମ ପାଇଁ ଯାହା ଆବଶ୍ୟକ ସବୁ ସହଯୋଗ ରାଜ୍ୟ ସରକାର ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେବାୟତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଥା ପୁରୀ ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ “ଆପଣ ଇତିହାସ ରଚିଲେ।

ଯୁଗ ଯୁଗ ପାଇଁ ଆପଣଙ୍କ ନାମ ଲିପିବଦ୍ଧ ହୋଇରହିବ।” ସେବାୟତମାନଙ୍କ ସହିତ ଆଲୋଚନା କରି ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେ ପରିକ୍ରମା ପ୍ରକଳ୍ପ ସମ୍ଭବ ହୋଇପାରିଛି ପୁରୀବାସୀଙ୍କ ତ୍ୟାଗ ଯୋଗୁଁ ସେବାୟତମାନଙ୍କ ତ୍ୟାଗ ଯୋଗୁ ଆପଣମାନଙ୍କ ଅତୁଳନୀୟ ତ୍ୟାଗ ସବୁଦିନ ପାଇଁ ସମସ୍ତେ ଶ୍ରଦ୍ଧାର ସହ ମନେରଖିବେ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ.

LEAVE A REPLY

Please enter your comment!
Please enter your name here