ଶ୍ରୀମନ୍ଦିର ରୋଷ ମଧ୍ୟରେ ମାଟି କୁଡୁଆରେ ରନ୍ଧନ ପରମ୍ପରା ଥିବା ବେଳେ କିଛି ସୁପକାର ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି

0
75

By Our Correspondent

PURI/BHUBANESWAR: ଶ୍ରୀମନ୍ଦିର ରୋଷ ମଧ୍ୟରେ ମାଟି କୁଡୁଆରେ ରନ୍ଧନ ପରମ୍ପରା ଥିବା ବେଳେ କିଛି ସୁପକାର ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି l

ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ,  ରୋଷପାଇକ ନିଯୋଗ ର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି 7 ଦିନ ଭିତରେ କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି l

ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇଦିଆଯାଇଛି l ଏହି ସମ୍ପୃକ୍ତ ସେବକ ଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜର ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ l

ଏହି କାର୍ଯ୍ୟର ନିରୀକ୍ଷଣ କରି ରିପୋର୍ଟ ଦାଖଲ ପାଇଁ ସୁରକ୍ଷା ପ୍ରଶାସକ ଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ l ଶ୍ରୀମନ୍ଦିର ସଂସ୍କୃତି କୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ପରମ୍ପରା ବିରୋଧୀ କାର୍ଯ୍ୟ ବରଦାସ୍ତ କରାଯିବ ନାହିଁ ବୋଲି କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ ଡ. ପାଢୀ l

 

LEAVE A REPLY

Please enter your comment!
Please enter your name here