ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା, ଅନ୍ତିମ ଦିନରେ କୋରାପୁଟ, ନୂଆପଡା ଓ ଯାଜପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ

0
257
ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା। ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ସମ୍ପୂର୍ଣ୍ଣ ହୋଇଛି। ଏହି ଅବସରରେ ସମସ୍ତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।ସାରା ରାଜ୍ୟରେ ୩,୩୯୭ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।

By Our Correspondent

BHUBANESWAR:  ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା। ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ସମ୍ପୂର୍ଣ୍ଣ ହୋଇଛି। ଏହି ଅବସରରେ ସମସ୍ତଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।ସାରା ରାଜ୍ୟରେ ୩,୩୯୭ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।

ଏକ ମାସ ମଧ୍ୟରେ ସମାପନ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୬.୫୦ ଲକ୍ଷ ଲୋକ ଭାଗ ନେଇଥିଲେ। କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ଜନସାଧାରଣ, ଲୋକ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଲେ ୫ଟି ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ।

ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅନ୍ତିମ ଦିନରେ କୋରାପୁଟ, ନୂଆପଡା ଓ ଯାଜପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ କୋରାପୁଟ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀକୁ ୧୨୦ କୋଟି ଟଙ୍କା ପ୍ରଦାନ କରାଯାଇଛି

ନୂଆପଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ  ୬୫.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା: ନୂଆପଡା ଓ ଖରିଆର। ଏଥିରେ ୫ଟି ବ୍ଲକ୍‌ର ୧୩୧ଟି  ଗ୍ରାମପଞ୍ଚାୟତରେ ୧୭୬୫ଟି ପ୍ରକଳ୍ପ କରାଯିବ। ସେହିପରି ଯାଜପୁର ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି  ୧୫୫.୫୦ କୋଟି ଟଙ୍କା

LEAVE A REPLY

Please enter your comment!
Please enter your name here