ସୁଭଦ୍ରା ଯୋଜନାର କାର୍ଯ୍ୟାନ୍ୱୟନ ସଂପର୍କରେ ଆଜି ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ

0
81

By Our Correspondent

BHUBANESWAR:    ସୁଭଦ୍ରା ଯୋଜନାର କାର୍ଯ୍ୟାନ୍ୱୟନ ସଂପର୍କରେ ଆଜି ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ମାନ୍ୟବର ପ୍ରଧାନମନ୍ତ୍ରୀ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନା ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଯୋଜନାର ବିସ୍ତୃତ ମାର୍ଗଦର୍ଶିକା ଖୁବ୍ ଶୀଘ୍ର ଜିଲ୍ଲାପାଳମାନଙ୍କୁ ପଠାଯିବ।

ଏହି ଯୋଜନାର ଦରଖାସ୍ତ ଫର୍ମ ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ବଣ୍ଟନ କରାଯିବ। କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଫର୍ମ ଦାଖଲ ହେବ। ଯୋଜନା ସମ୍ବନ୍ଧିତ ଆବଶ୍ୟକ ସୂଚନା ବିଭିନ୍ନ ଗଣମାଧ୍ୟମ ସହାୟତାରେ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ଆଲୋଚନା ହୋଇଥିଲା।

 

 

LEAVE A REPLY

Please enter your comment!
Please enter your name here